19 Oct 2026, Mon

ପୁଣି ଏପ୍ରିଲରେ ଖୋଲିବ ସୁଭଦ୍ରା ପୋର୍ଟାଲ

ଆଜି ସଚିବାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି ଯେ ୨ ବର୍ଷ ତଳେ ସୁଭଦ୍ରା ଯୋଜନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଓଡ଼ିଶାରେ ଆରମ୍ଭ ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କ ୨୫ ବର୍ଷ ନିରନ୍ତର ଲୋକସେବା, ସଙ୍କଳ୍ପ ଓ ଅଭିଯାନ ପାଳନ ସହିତ ସୁଭଦ୍ରା ଯୋଜନାର ୨ୟ ବାର୍ଷିକ ପାଳନ ଅବସରରେ ଆସନ୍ତାକାଲି ସଂଧ୍ୟାରେ ରାଜ୍ୟର ସମସ୍ତ ୩୩୮ଟି ଆଇସିଡିଏସ ରେଙ୍ଗୋଲି ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଆସନ୍ତାକାଲି ସୁଭଦ୍ରା ଯୋଜନାର ୨ବାର୍ଷିକ ଜନ୍ମଦିନ ପାଳନ କରାଯିବ। ୧ କୋଟି ୩ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ୨୫, ୮୦୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଗ୍ରାମୀଣ ଅର୍ଥନୀତିର ମେରୁଦଣ୍ଡ ସୁଭଦ୍ରା ସାଜିଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।

ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସୁଭଦ୍ରା ଯୋଜନା ପାଇଁ ଗାଇଡଲାଇନ ରହିଛି । ଗାଇଡଲାଇନ ଅନୁଯାୟୀ, ଆବେଦନକାରୀ ଓଡିଶାର ବାସିନ୍ଦା ହୋଇଥିବେ । ବୟସ ୨୧ରୁ ଅଧିକ ୬୦ ବର୍ଷରୁ କମ୍‌ ହୋଇଥିଲେ ସୁଭଦ୍ରା ଯୋଜନା ଆବେଦନ କରିପାରିବେ। ଆଧାରକାର୍ଡରେ ଥିବା ଜନ୍ମ ତାରିଖକୁ ଗ୍ରହଣ କରାଯିବ। ସୁଭଦ୍ରା ପାଇବାକୁ ନିର୍ଦ୍ଧାରିତ ଫର୍ମରେ ଆବେଦନ କରିବା ଆବଶ୍ୟକ। ଅଫଲାଇନ୍‌ ଫର୍ମ ପୂରଣ ବା ଅନଲାଇନରେ ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ। ଅଙ୍ଗନଓ୍ବାଡ଼ି କେନ୍ଦ୍ର, ବ୍ଲକ, ମୋ ସେବା କେନ୍ଦ୍ରରେ ମାଗଣାରେ ଫର୍ମ ମିଳିବ। ଆବେଦନକାରୀ ଫର୍ମ ପୂରଣ କରି ମୋ ସେବା କେନ୍ଦ୍ରରେ ଦାଖଲ କରିବେ। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯାଉଛି ।

Leave a Reply

Your email address will not be published. Required fields are marked *